Welcome To BN News . Always With Common People .

Breaking

Monday 3 February 2020

ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ୮୯୧ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା


ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରେ ଆରମ୍ଭ ହେଉଥିବା ବେଳେ ଏହା ମାର୍ଚ୍ଚ ୨ ତାରିଖ ଯାଏ ଚାଲିବ। ଏଥର ୫ ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରଛାତ୍ରୀ ୨ , ୮୮୮ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୭ଟି ନୋଡାଲ ସେଣ୍ଟର କରାଯାଇଛି। ୨୨ଟି ପୁଲିସ୍‌ ଷ୍ଟେସନକୁ ମଧ୍ୟ ନୋଡାଲ ସେଣ୍ଟର କରିବାକୁ ନିଷ୍ପତ୍ତି ହୋଇଛି।
ସମ୍ବେଦନଶୀଳ ୧ ହଜାର କେନ୍ଦ୍ରରେ ସିସିଟିଭି ଲଗାଇବା କାର୍ଯ୍ୟ ଜାରି ରହିଥିବା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ନୋଡାଲ ସେଣ୍ଟରଗୁଡ଼ିକରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି।
ଏବେ ପ୍ରଶ୍ନପତ୍ର ଛପା ଓ ପ୍ୟାକିଂ କାର୍ଯ୍ୟ ଚାଲିଛି। ଆସନ୍ତା ୮ ତାରିଖରେ OMR ଉପସ୍ଥାନ ସିଟ୍ ଓ ଆଡମିଟ୍ କାର୍ଡ ସ୍କୁଲକୁ ପଠାଯିବ। ତେବେ ଏହାର ପୂର୍ବଦିନ ଅର୍ଥାତ୍‌ ୭ରେ ୱେବସାଇଟରେ ଆଡମିଟ୍ କାର୍ଡ ଉପଲବ୍ଧ ହେବ। ପରୀକ୍ଷା ସୁପରିଚାଳନା ପାଇଁ ପୁଲିସ୍‌ ଡିଜି, RDC, ସମସ୍ତ ଜିଲ୍ଲାପାଳ ଓ ସମସ୍ତ ଏସ୍‌ପିଙ୍କ ସହାୟତା ମାଗିଛି ବୋର୍ଡ।

No comments:

Post a Comment