Welcome To BN News . Always With Common People .

Breaking

Tuesday 4 February 2020

ରାଜ୍ୟରେ ଏହି ସବୁ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ବର୍ଷା ସମ୍ଭାବନ

୮ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ଲାଗିରହିବ। କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆହୁରି ଆକଳନ କରାଯାଇଛି ଯେ , ଆଜି ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟରେ ଘନ କୁହୁଡ଼ି ହେବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଆସନ୍ତାକାଲି ଓ ୬ ତାରିଖରେ କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଦେବଗଡ଼, ବୌଦ୍ଧ, ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୭ ଓ ୮ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ଘର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବ। ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଦୁଇ ଦିନ ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

No comments:

Post a Comment